ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ବୁଧବାର ରାଶିଫଳ (୦୭-୦୭-୨୦୨୧)

ମେଷ : କାର୍ଯ୍ୟ ବିଳମ୍ବ ଓ ଖର୍ଚ୍ଚାନ୍ତ ଦେଖାଦେବ। ରାଜନୀତିରେ ବିରୋଧୀ ବୃଦ୍ଧି ପାଇବେ। ଚାକିରିରେ ସମସ୍ୟା ରହିବ। ବାଣିଜ୍ୟ ମାନ୍ଦା ରହିବ। ଶୁଭ ଅଙ୍କ-୯,ଶୁଭ ରଙ୍ଗ-ମେରୁନ୍

ବୃଷ :ଦିନଚର୍ଯ୍ୟା ବିଳାସପୂର୍ଣ୍ଣ ରହିବ। ଉଭୟେ ପ୍ରେମ ଓ ଦାମ୍ପତ୍ୟ ସୁଖମୟ ରହିବ। ରାଜନୀତିରେ ଲୋକପ୍ରିୟତା ବୃଦ୍ଧି ପାଇବ। ବାଣିଜ୍ୟ ସନ୍ତୋଷଜନକ ରହିବ। ଶୁଭ ଅଙ୍କ-୮,ଶୁଭ ରଙ୍ଗ-କଳା

ମିଥୁନ :କୌଣସି କାର୍ଯ୍ୟ ଉଦ୍ଦେଶ୍ୟରେ ଦୂରଯାତ୍ରା କରିପାରନ୍ତି। ଚାକିରିରେ ଚଳଚଞ୍ଚଳ ରହିବେ। ପରିବହନ ଓ ବାଣିଜ୍ୟରେ ସ୍ବଳ୍ପ ଲାଭ ମିଳିବ। ଶୁଭ ଅଙ୍କ-୨,ଶୁଭ ରଙ୍ଗ-ସିଲଭର୍

କର୍କଟ : ବିଭିନ୍ନ ଦିଗରୁ ଅର୍ଥାଗମ ହେବ। ପ୍ରଶାସନିକ ପ୍ରଭାବଶାଳୀ ରହିବେ। ମହିଳାମାନେ ସୁଖୀ ରହିବେ। ଶିଳ୍ପ ଓ ବାଣିଜ୍ୟରେ ଉତ୍ତମ ଆୟ ହେବ। ଶୁଭ ଅଙ୍କ-୩,ଶୁଭ ରଙ୍ଗ-କ୍ରିମ୍

ଏଥିସହିତ ପଢ଼ନ୍ତୁ

ସିଂହ :କର୍ମକ୍ଷେତ୍ରରେ ଅଗ୍ରଗତି କରିବେ। ସାଂସାରିକ ସୁଖସମ୍ମାନ ପାଇବେ। ମହିଳାମାନେ ଆତ୍ମନିର୍ଭରଶୀଳ ହେବେ। ବାଣିଜ୍ୟରେ ଆୟବୃଦ୍ଧି ହେବ। ଶୁଭ ଅଙ୍କ-୯,ଶୁଭ ରଙ୍ଗ-କମଳା

କନ୍ୟା :କର୍ମକ୍ଷେତ୍ରରେ ସମସ୍ୟା ରହିବ। ଚାକିରିରେ କାର୍ଯ୍ୟ ବହୁଳ ରହିବ। ରାଜନୀତିରେ ପ୍ରତିକୂଳ ସ୍ଥିତି ରହିବ। ବାଣିଜ୍ୟ ମନ୍ଥର ରହିବ। ଶୁଭ ଅଙ୍କ-୪,ଶୁଭ ରଙ୍ଗ-ମେଟାଲିକ୍

ତୁଳା :କର୍ମକ୍ଷେତ୍ରରେ ଅସହଯୋଗ ଦେଖାଦେବ। ଚାକିରିରେ କର୍ତ୍ତୃପକ୍ଷଙ୍କ ଚାପ ରହିବ। ରାଜନୀତିରେ ବିଷମ ସ୍ଥିତି ରହିବ। ବାଣିଜ୍ୟରେ ହାନି ହୋଇପାରେ। ଶୁଭ ଅଙ୍କ-୨,ଶୁଭ ରଙ୍ଗ-ସିଲଭର୍

ବିଛା :କିଛିଟା ପ୍ରତିକୂଳତା ଭିତରେ ଆଗେଇ ଚାଲିବେ। ମହିଳାମାନେ ପରିଶ୍ରମୀ ହେବେ। ରାଜନୀତିରେ ସକ୍ରିୟ ରହିବେ। ବାଣିଜ୍ୟ ଲାଭଜନକ ରହିବ। ଶୁଭ ଅଙ୍କ-୧,ଶୁଭ ରଙ୍ଗ- ଗୋଲାପି

ଧନୁ :ଦିନଟି କର୍ମତତ୍ପର ରହିବେ।ମହିଳାମାନେ ସ୍ବାଭିମାନୀ ହେବେ। ଚାକିରିରେ କର୍ତ୍ତବ୍ୟନିଷ୍ଠ ରହିବେ। ପରିବହନ ଓ ବାଣିଜ୍ୟରେ ଲାଭାନ୍ବିତ ହେବେ। ଶୁଭ ଅଙ୍କ-୩,ଶୁଭ ରଙ୍ଗ-କ୍ରିମ୍

ମକର :ବହୁ ଚେଷ୍ଟା କରି ସାମାନ୍ୟ ଫଳ ପାଇବେ। ଚାକିରିରେ ଅବହେଳା ରହିବ। ରାଜନୀତିରେ ସମସ୍ୟା ରହିବ। ପରିବହନ ଓ ବାଣିଜ୍ୟ ମନ୍ଥର ରହିବ। ଶୁଭ ଅଙ୍କ-୪,ଶୁଭ ରଙ୍ଗ-ମେଟାଲିକ୍

କୁମ୍ଭ :କର୍ମକ୍ଷେତ୍ରରେ ଉଚ୍ଚସମ୍ମାନ ପାଇବେ। ଚାକିରିରେ ମାନମର୍ଯ୍ୟାଦା ପ୍ରାପ୍ତି ହେବ। ରାଜନୀତିରେ ନେତୃତ୍ୱ ବୃଦ୍ଧି ହେବ। ଶିଳ୍ପ,ପରିବହନ ଓ ବାଣିଜ୍ୟରେ ଉନ୍ନତି ହେବ। ଶୁଭ ଅଙ୍କ-୫,ଶୁଭ ରଙ୍ଗ-ସବୁଜ

ମୀନ :ଅଟକି ରହିଥିବା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ। ଚାକିରିରେ ଦକ୍ଷ ପ୍ରତିପାଦିତ ହେବେ। ପ୍ରଶାସନିକ ଉଚ୍ଚ ସମ୍ମାନ ପାଇବେ। କଳା,ବିଜ୍ଞାନ ଓ ବାଣିଜ୍ୟରେ ଆଶାନୁରୂପ ଫଳ ପାଇବେ। ଶୁଭ ଅଙ୍କ-୭,ଶୁଭ ରଙ୍ଗ-କଫି

Leave A Reply

Your email address will not be published.