ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ବୁଧବାର ରାଶିଫଳ (୨୧-୦୭-୨୦୨୧)

ମେଷ: ଦିନଟି ଅର୍ଥଚିନ୍ତା ସହ ମନସ୍ତାପରେ କଟିବ। ରାଜନୀତିରେ ଷଡଯନ୍ତ୍ରରେ ପ୍ରଭାବିତ ହୋଇପାରନ୍ତି। ମହିଳାମାନେ ସ୍ବାସ୍ଥ୍ୟ ସମସ୍ୟାରେ ପ୍ରଭାବିତ ହୋଇପାରନ୍ତି। ବାଣିଜ୍ୟରେ ହାନି ହୋଇପାରେ। ଶୁଭ ଅଙ୍କ-୭,ଶୁଭ ରଙ୍ଗ-କଫି

ବୃଷ:ଆର୍ଥିକ ଉନ୍ନତି ସହ ସାମାଜିକ ପ୍ରତିଷ୍ଠା ବୃଦ୍ଧି ପାଇବ। ପ୍ରଶାସନିକ ଉଚ୍ଚପ୍ରଶଂସିତ ହେବେ। ରାଜନୀତିରେ ସକ୍ରିୟ ରହିବେ। ବାଣିଜ୍ୟରେ ସଫଳତା ପାଇବେ। ଶୁଭ ଅଙ୍କ-୮,ଶୁଭ ରଙ୍ଗ-କଳା

ମିଥୁନ:କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିପାରନ୍ତି। ଚାକିରିରେ ସହଯୋଗ ପାଇବେ। ରାଜନୀତିରେ ନେତୃତ୍ୱ ବୃଦ୍ଧି ପାଇବ। ବାଣିଜ୍ୟ ଲାଭଜନକ ରହିବ। ଶୁଭ ଅଙ୍କ-୫,ଶୁଭ ରଙ୍ଗ-ସବୁଜ

କର୍କଟ:ଦିନଟିରେ ଆଶାଜନକ ଫଳ ପାଇବେ। ଗୁରୁଜନଙ୍କ ସହଯୋଗ ମିଳିବ। ଚାକିରିରେ ସହଯୋଗ ମିଳିବ। ପରିବହନ ଓ ବାଣିଜ୍ୟରେ ଶୁଭଫଳ ମିଳିବ। ଶୁଭ ଅଙ୍କ-୩,ଶୁଭ ରଙ୍ଗ-ହଳଦିଆ

ଏଥିସହିତ ପଢ଼ନ୍ତୁ

ସିଂହ:କେତେକ ବିଷୟକୁ ନେଇ ଚିନ୍ତାରେ ରହିବେ। ରାଜନୀତିରେ ସମସ୍ୟା ରହିବ। ଚାକିରିରେ ଅସହଯୋଗ ଦେଖାଦେବ। ବାଣିଜ୍ୟ ମନ୍ଥର ରହିବ। ଶୁଭ ଅଙ୍କ-୫,ଶୁଭ ରଙ୍ଗ-ସବୁଜ

କନ୍ୟା:ବୁଦ୍ଧିମତା ଦ୍ବାରା କାମ ହାସଲ କରିବେ। ଚାକିରିରେ ସ୍ଥାୟିତ୍ବ ବୃଦ୍ଧି ପାଇବ। ମହିଳାମାନେ ରକ୍ଷଣଶୀଳ ହେବେ। ବାଣିଜ୍ୟରେ ଲାଭ ମିଳିବ। ଶୁଭ ଅଙ୍କ-୨,ଶୁଭ ରଙ୍ଗ-ସିଲଭର୍

ତୁଳା:କୌଣସି ସୂତ୍ରରୁ ଅର୍ଥପ୍ରାପ୍ତି ହୋଇପାରେ। ଚାକିରିରେ ଚଳଚଞ୍ଚଳ ରହିବେ। ରାଜନୀତିରେ ସକ୍ରିୟ ରହିବେ। ବାଣିଜ୍ୟରେ ଲାଭାନ୍ବିତ ହେବେ। ଶୁଭ ଅଙ୍କ-୮,ଶୁଭ ରଙ୍ଗ-ନୀଳ

ବିଛା:ଦିନଟି ସୁଖଶାନ୍ତି ଭିତରେ କଟିବ। ଚାକିରିରେ ପ୍ରଶଂସିତ ହେବେ। ମହିଳାମାନେ ଆଦରଣୀୟା ହେବେ। ଶିଳ୍ପ ଓ ବାଣିଜ୍ୟରେ ସନ୍ତୋଷଜନକ ଫଳ ମିଳିବ। ଶୁଭ ଅଙ୍କ-୧,ଶୁଭ ରଙ୍ଗ- ପିଙ୍କ୍

ଧନୁ:କାର୍ଯ୍ୟ ବିଳମ୍ବ ଓ ସମସ୍ୟା ଭିତରେ କଟିବ। ଚାକିରିରେ କାର୍ଯ୍ୟଭାର ରହିବ। ରାଜନୀତିରେ ପ୍ରତିଦ୍ବନ୍ଦ୍ବିତା ରହିବ। ବାଣିଜ୍ୟରେ ବ୍ୟୟବହୁଳତା ରହିବ। ଶୁଭ ଅଙ୍କ-୨,ଶୁଭ ରଙ୍ଗ-ଧଳା

ମକର:ଦୀର୍ଘଦିନର ସ୍ବପ୍ନ ସାକାର ହେବ। ଚାକିରିରେ ଧନସମ୍ମାନ ପ୍ରାପ୍ତି ହେବ। ମହିଳାମାନେ ଆତ୍ମନିର୍ଭରଶୀଳ ହେବେ। ବାଣିଜ୍ୟରେ ମନମୁତାବକ ଫଳ ମିଳିବ। ଶୁଭ ଅଙ୍କ-୪,ଶୁଭ ରଙ୍ଗ-ମେଟାଲିକ୍

କୁମ୍ଭ:କର୍ମକ୍ଷେତ୍ରର ପରିସର ବୃଦ୍ଧି ପାଇବ। ଚାକିରିରେ ମାନମର୍ଯ୍ୟାଦା ପ୍ରାପ୍ତି ହେବ। ମହିଳାମାନେ ରକ୍ଷଣଶୀଳା ହେବେ। ବାଣିଜ୍ୟରେ ସଞ୍ଚୟ ହେବ। ଶୁଭ ଅଙ୍କ-୫,ଶୁଭ ରଙ୍ଗ-ସବୁଜ

ମୀନ:କର୍ମକ୍ଷେତ୍ରରେ ସହଯୋଗ ପାଇ ଆଗେଇବେ। ଚାକିରିରେ କର୍ତ୍ତବ୍ୟନିଷ୍ଠ ରହିବେ। ରାଜନୀତିରେ ଲୋକସମ୍ପର୍କ ବୃଦ୍ଧି ପାଇବ। ବାଣିଜ୍ୟରେ ଲାଭ ମିଳିବ। ଶୁଭ ଅଙ୍କ-୩,ଶୁଭ ରଙ୍ଗ-ଗୋଲଡେନ୍

Leave A Reply

Your email address will not be published.