ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ବଙ୍ଗୋପସାଗରରେ ଅବପାତର ରୂପ ନେଲା ଲଘୁଚାପ, ୨୪ ଘଣ୍ଟା ମଧ୍ୟରେ ନେବ ସାମୁଦ୍ରିକ ଝଡ଼ର ରୂପ

ଭୁବନେଶ୍ବର : ସାମ୍ଭାବ୍ୟ ବାତ୍ୟା ଏବେ ବଙ୍ଗୋପ ସାଗରରେ ଅବପାତରେ ପରିଣତ ହୋଇଛି । ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଏହା ଗତି କରୁଥିବା ଜଣାପଡ଼ିଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ସାମୁଦ୍ରିକ ଝଡ଼ରେ ପରିଣତ ହେବା ସମ୍ଭାବନା ରହିଛି । ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁସାରେ ଗୁରୁବାର ସନ୍ଧ୍ୟା ୫ଟା ୩୦ରେ ଏହା ଗୋପାଳପୁର ଠାରୁ ୧୦୨୦ କିଲୋମିଟର ଓ ପାରଦୀପ ଠାରୁ ଏହା ୧୦୬୦ କିଲୋମିଟର ଦୂରରେ ରହିଛି। ଶୁକ୍ରବାର ସଂଧ୍ୟା ସୁଦ୍ଧା ଏହା ବାତ୍ୟାର ରୂପ ନେବ । ସେତେବେଳକୁ ଏହା ଉତ୍ତର-ପଶ୍ଚିମ ଦିଗରେ ଗତିକରି କେନ୍ଦ୍ରୀୟ ବଙ୍ଗୋପସାଗରରେ ରହିଥିବ। ପୁଣି ଏହା ଉତ୍ତର-ପଶ୍ଚିମ ଦିଗରେ ଅଗ୍ରସର ହେବ ।

ଅବପାତ ବାତ୍ୟା ‘ଜୱାଦ’ରେ ପରିଣତ ହେବା ପରେ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରର ଉତ୍ତର ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଓଡ଼ିଶା ଉପକୂଳରେ ୪ ତାରିଖ ସକାଳେ ମାଡ଼ ହୋଇପାରେ । ଏହାପରେ ଏହା ଉତ୍ତର-ଉତ୍ତରପୂର୍ବ ଦିଗରେ କରିବ । ପ୍ରଭାବରେ ଦକ୍ଷିଣ ଉପକୂଳ ଓଡ଼ିଶା ସହ ଅନ୍ୟ କିଛି ଜିଲ୍ଲାରେ ବର୍ଷା ହେବ । ୩ ତାରିଖରେ ଗଞ୍ଜାମ, ଗଜପତି ସହ କୋରାପୁଟ, ରାୟଗଡ଼ା, ପୁରୀ, ଜଗତସିଂହପୁର ଓ କେନ୍ଦ୍ରାପଡ଼ାରେ ବର୍ଷା ହେବ । ୟେଲୋ ୱାର୍ଣ୍ଣିଂ ଦିଆଯାଇଛି ।

ସମ୍ଭାବ୍ୟ ବାତ୍ୟା ପାଇଁ ୧୪ ଜିଲାକୁ ସର୍ତକ ସୂଚନା ଜାରି କରିଛନ୍ତି ଏସଆରସି। ଏ ନେଇ ପ୍ରେସମିଟ୍ କରିଛନ୍ତି ଏସଆରସି ପ୍ରଦୀପ ଜେନା । ଆସନ୍ତାକାଲି ନେଇପାରେ ସାମୁଦ୍ରିକ ବାତ୍ୟାର ରୂପ । ୪ ତାରିଖ ସକାଳେ ବାତ୍ୟା ଉତ୍ତର-ଉତ୍ତରପୂର୍ବ ଦିଗକୁ ରିକର୍ଭ କରିପାରେ । ତେବେ ବାତ୍ୟା କେଉଁଠି ସ୍ଥଳଭାଗ ଛୁଇଁବ ସେନେଇ ସ୍ପଷ୍ଟ ସୂଚନା ମିଳିନାହିଁ । ଉପକୂଳବର୍ତ୍ତୀ ଜିଲ୍ଲାରେ ପବନର ବେଗ ସର୍ବାଧିକ ୯୦ରୁ ୧୦୦ କିଲୋମିଟର ଘଣ୍ଟା ପ୍ରତି ରହିବ । ୩ ତାରିଖ ରାତିରୁ ପ୍ରବଳ ବର୍ଷା ହେବା ସମ୍ଭାବନା ଅଛି ।ଗଞ୍ଜାମ, ଗଜପତି, ଖୋର୍ଦ୍ଧା, ପୁରୀ ଆଦି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ

୪ ତାରିଖରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଗଜପତି, ଗଞ୍ଜାମ, ପୁରୀ ଓ ଜଗତସିଂହପୁର ଜିଲ୍ଲାକୁ ରେଡ୍ ଆଲର୍ଟ ଦେଇଛି ପାଣିପାଗ ବିଭାଗ । ସେହିଭଳି କେନ୍ଦ୍ରାପଡ଼ା, କଟକ, ଖୋର୍ଦ୍ଧା, ନୟାଗଡ଼, କନ୍ଧମାଳ, ରାୟଗଡ଼ା ଓ କୋରାପୁଟ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଥିବା ବେଳେ ବାଲେଶ୍ୱର, ଭଦ୍ରକ, ଯାଜପୁର ଓ ମାଲକାନଗିରି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି ।

୫ ତାରିଖରେ ପ୍ରବଳ ବର୍ଷା ନେଇ ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଯାଜପୁର, କଟକ, ପୁରୀ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି । ସେହିଭଳି କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, ନୟାଗଡ଼, ଖୋର୍ଦ୍ଧା, ଗଞ୍ଜାମ ଓ ଗଜପତି ଜିଲ୍ଲାକୁ ୟେଲୋ ଆଲର୍ଟ ରହିଛି । ଏହାର ପ୍ରଭାବରେ ସମୁଦ୍ର ଅଶାନ୍ତ ରହିବା ସହ ପବନର ବେଗ ବଢ଼ିବ । ୩ରୁ ୫ ତାରିଖ ଯାଏଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ବାରଣ କରାଯାଇଛି ।

ଆଜି ଅର୍ଥାତ ୨ ତାରିଖ ସନ୍ଧ୍ୟାରୁ ଦକ୍ଷିଣପୂର୍ବ ଓ ସଂଲଗ୍ନ ବଙ୍ଗୋପସାଗରରେ ପବନର ବେଗ ଘଣ୍ଟାପ୍ରତି ୫୦ରୁ ୬୦ କିଲୋମିଟର ଏବଂ ଝଟକା ପବନର ବେଗ ଘଣ୍ଟାପ୍ରତି ୭୦ କିଲୋମିଟର ରହିବ । ୩ ତାରିଖରେ ପବନର ବେଗ ଘଣ୍ଟାପ୍ରତି ୬୫ରୁ ୭୫ କିଲୋମିଟର ରହିପାରେ । ପରେ ପବନର ବେଗ ଘଣ୍ଟାପ୍ରତି ୯୦ରୁ ୧୦୦ କିଲୋମିଟର ଓ ଝଟକା ପବନର ବେଗ ଘଣ୍ଟାପ୍ରତି ୧୧୦ କିଲୋମିଟର ରହିବା ନେଇ ପାଣିପାଗ ବିଭାଗ ଆକଳନ କରିଛି ।

Leave A Reply

Your email address will not be published.