ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଘନୀଭୂତ ହେଉଛି ଓ୍ୱେଲମାର୍କ ଲୋ ପ୍ରେସର : ଆହୁରି ୪ ଦିନ ପ୍ରବଳ ବର୍ଷା

ଭୁବନେଶ୍ୱର: ଆହୁରି ୪ ଦିନ ପ୍ରବଳ ବର୍ଷା। ଆଜିଠୁ ଉତ୍ତର ଉପକୂଳ ଓଡ଼ିଶାରେ ବଢ଼ିବ ବର୍ଷାର ପରିମାଣ । ୭୦ ମିଲିମିଟରରୁ ୨ଶହ ମିଲିମିଟର ପର୍ଯ୍ୟନ୍ତ ହୋଇପାରେ ବର୍ଷା । ବର୍ଷାକୁ ନେଇ ଅରେଞ୍ଜ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ରାଜ୍ୟରେ ଏବେ ମୌସୁମୀ ଟ୍ରପଲାଇନ୍ ସକ୍ରିୟ ରହିଛି । ଓ୍ୱେଲମାର୍କ ଲୋ ପ୍ରେସର ସହ ସୃଷ୍ଟି ହୋଇଥିବା ଆଉ ଏକ ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ଜାରି ରହିଛି ।

ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ଗଞ୍ଜାମ, ନୟାଗଡ଼, କନ୍ଧମାଳ, ବୌଦ୍ଧ, କଳାହାଣ୍ଡି ଏବଂ ବଲାଙ୍ଗିର ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଥିବା ବେଳେ ଦକ୍ଷିଣ ଉପକୂଳ ଓଡ଼ିଶାର ୧୫ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ସକ୍ରିୟ ଲଘୁଚାପ ଫଳରେ ଆସନ୍ତା ୩ ରୁ ୪ ଦିନ ଯାଏଁ ବର୍ଷା ଜାରି ରହିବ । ଆସନ୍ତାକାଲି ଦକ୍ଷିଣ ଓଡ଼ିଶାର ୫ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ୧୬ ତାରିଖରୁ ଉତ୍ତର ଓଡ଼ିଶାର ବାଲେଶ୍ବର, ଭଦ୍ରକ, ମୟୁରଭଞ୍ଜ, ସୁନ୍ଦରଗଡ, କେନ୍ଦୁଝର, ଯାଜପୁର ଆଦି ଜିଲ୍ଲାରେ ବର୍ଷାର ପରିମାଣ ବଢିବ । ୧୬ ତାରିଖ ପର୍ଯ୍ୟନ୍ତ ସମୁଦ୍ର ମଧ୍ୟକୁ ନ ଯିବାକୁ ନିର୍ଦ୍ଦେଶ ଦିଆଯାଇଛି

Leave A Reply

Your email address will not be published.