ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

କେନ୍ଦ୍ରକୁ ଝଟକା: ଅବସର ପରେ ମମତାଙ୍କ ମୁଖ୍ୟ ପରାମର୍ଶଦାତା ଭାବେ ଅଲପାନଙ୍କୁ ମିଳିଲା ନୂଆ ନିଯୁକ୍ତି

କଲକାତା: ଅବସର ନେଲେ ପଶ୍ଚିମବଙ୍ଗ ମୁଖ୍ୟ ଶାସନ ସଚିବ ଅଲପାନ ବନ୍ଦୋପାଧ୍ୟୟ। ଅବସର ପରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ମୁଖ୍ୟ ପରାମର୍ଶଦାତା ଭାବେ ନିଯୁକ୍ତି ମିଳିଛି। ଅଲପନଙ୍କୁ ନେଇ କେନ୍ଦ୍ର ଓ ମମତା ସରକାର ମୁହାଁମୁହିଁ ହୋଇଥିଲେ । ମୋଦିଙ୍କ ବୈଠକରେ ବିଳମ୍ବରେ ପହଞ୍ଚିବା ନେଇ ହୋଇଥିଲା ବିବାଦ।

ସୂଚନା ଅନୁଯାୟୀ, ବାତ୍ୟା ୟସ୍‌ ପ୍ରଭାବରେ ଓଡ଼ିଶା ସମେତ ପଶ୍ଚିମବଙ୍ଗରେ ମଧ୍ୟ ଅନେକ କ୍ଷତି ହୋଇଛି। ବାତ୍ୟା ୟସ୍‌ରେ କ୍ଷୟକ୍ଷତି ହୋଇଥିବା ସ୍ଥାନକୁ ଆକାଶ ମାର୍ଗରୁ ବୁଲି ଦେଖିଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଉଭୟ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ବୈଠକ ମଧ୍ୟ କରିଥିଲେ। କିନ୍ତୁ ଏହି ବୈଠକରେ ଅଳ୍ପ ସମୟ ଯୋଗ ଦେଇ ଅନ୍ୟ ବୈଠକ ଥିବା କହି ଦିଦି ପଳାଇଥିଲେ। କେବଳ ଦିଦି ନୁହେଁ ବରଂ ରାଜ୍ୟର ମୁଖ୍ୟ ଶାସନସଚିବ ମଧ୍ୟ ପଳାଇଥିଲେ। ଆଉ ସେଇଠୁ ଆରମ୍ଭ ହୋଇଥିଲା ବିବାଦ। ପରେ ପରେ କେନ୍ଦ୍ର ସରକାର ମୁଖ୍ୟ ଶାସନ ସଚିବଙ୍କୁ ଦିଲ୍ଲୀ ଡାକରା ଦେଇଥିଲେ। ଆଦେଶ ଅନୁଯାୟୀ ନୂଆଦିଲ୍ଲୀସ୍ଥିତ କର୍ମଚାରୀ, ଜନ ଅଭିଯୋଗ ଏବଂ ପେନ୍‌ସନ୍‌ ମନ୍ତ୍ରାଳୟରେ ଉପସ୍ଥିତ ହେବାରେ ବିଫଳ ହୋଇଥିବା କାରଣରୁ ପଶ୍ଚିମବଙ୍ଗର ମୁଖ୍ୟ ଶାସନ ସଚିବ ଅଲପାନ ବନ୍ଦୋପାଧ୍ୟାୟଙ୍କ ବିରୋଧରେ କେନ୍ଦ୍ର ସରକାର ଶୃଙ୍ଖଳାଗତ କାର୍ଯ୍ଯାନୁଷ୍ଠାନ ଗ୍ରହଣ କରିବେ ବୋଲି ଜାତୀୟ ଗଣମାଧ୍ୟମରେ ଜୋରସୋରରେ ଚର୍ଚ୍ଚା ଚାଲିଥିଲା। ସେପଟେ ତାଙ୍କୁ ବର୍ତ୍ତମାନ ସମୟରେ କେନ୍ଦ୍ରକୁ ଛାଡିବେ ନାହିଁ ବୋଲି ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଥିଲେ ମମତା।

Leave A Reply

Your email address will not be published.