ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ପଶ୍ଚିମା ଝଡ଼ ପ୍ରଭାବ : ଆଗାମୀ ୩ ଦିନ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା, ୪୦ରୁ ୪୫ କିମି ବେଗରେ ବହିବ ପବନ

ଭୁବନେଶ୍ବର : ରାଜ୍ୟ ଉପରେ ଆଉ ଏକ ପଶ୍ଚିମା ଝଡ଼ର ପ୍ରଭାବ ଆରମ୍ଭ ହୋଇଛି। ଗୁରୁବାର ରାତିରୁ ଗୋଟିଏ ପଶ୍ଚିମା ଝଡ଼ ଦେଶର ଉତ୍ତର ପଶ୍ଚିମ ଭାରତରେ ବର୍ଷା କରାଇ ଥିବା ବେଳେ ଶୁକ୍ରବାର ଓଡ଼ିଶାର କିଛି ଅଞ୍ଚଳରେ ମଧ୍ୟ ବର୍ଷା ହୋଇଛି। ଏହି ପଶ୍ଚିମା ଝଡ଼ର ପ୍ରଭାବରେ ରାଜ୍ୟରେ ଆଗାମୀ ୩ ଦିନ ଯାଏଁ ବର୍ଷା ହେବ ବୋଲି ଆଶଙ୍କା କରିଛି ପାଣିପାଗ ବିଭାଗ।

ଅଧିକ ପଢନ୍ତୁ

ଶନିବାର ଅର୍ଥାତ ଆଜି ପାଇଁ ରାଜ୍ୟରେ ବର୍ଷା ସମ୍ଭାବନା ନେଇ ୪ ଜିଲ୍ଲାକୁ ପାଣିପାଗ ବିଭାଗର ୱାର୍ଣ୍ଣିଂ ଦେଇଛି। କୋରାପୁଟ, ରାୟଗଡ଼ା, ଗଜପତି, ମୟୂରଭଂଜକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି। ଏହି ଜିଲ୍ଲାମାନଙ୍କରେ ଘଡ଼ଘଡ଼ି ସହ ଝଡ଼ବର୍ଷା ନେଇ ପୂର୍ବାନୁମାନ କରାଯାଇଛି। ଏଥି ସହିତ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବ । ଏହି ସମୟରେ ଘଣ୍ଟାପ୍ରତି ୩୦ରୁ ୪୦ କିମି ବେଗରେ ପବନ ବହିବ ।

ଅନ୍ୟପଟେ ୨୬ରେ ଉତ୍ତର ଓଡ଼ିଶା, ଅଭ୍ୟନ୍ତରୀଣ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର ବହୁ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି। ୨୬ତାରିଖରେ  ୨୧ଟି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବ। ଏଥି ସହିତ ଏହି ସମୟରେ ଘଣ୍ଟାପ୍ରତି ୪୦ରୁ ୫୦ କିମି ବେଗରେ ପବନ ବହିବ।

ତେବେ ୨୭ ତାରିଖରୁ ବଢ଼ିବ ବର୍ଷାର ବିସ୍ତୃତି ଓ ପରିମାଣ । ୨୭ରେ ଉପକୂଳ ଓଡ଼ିଶାର ୧୧ଟି ଜିଲ୍ଲାକୁ ଜାରି ହୋଇଛି ୟେଲୋ ଆଲର୍ଟ । ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ବାଲେଶ୍ବର, ମୟୂରଭଞ୍ଜ, ସୁନ୍ଦରଗଡ଼ ଓ କେନ୍ଦୁଝରରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହା ସହିତ ସଲଗ୍ନ ଜିଲ୍ଲା ଗୁଡ଼ିକର ମଧ୍ୟ ବର୍ଷା ହେବା ନେଇ ସତର୍କ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଏପଟେ ଟ୍ରପଲାଇନ ପ୍ରଭାବରେ ଉପକୂଳ ଓଡ଼ିଶାରେ କାଳବୈଶାଖି ବର୍ଷା ଜାରି ରହିଛି । ଟୁଇନ ସିଟିରେ ଆକାଶ ମେଘୁଆ ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି ।

Leave A Reply

Your email address will not be published.