ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ରାଜ୍ୟରେ ତାପମାତ୍ରା କମିବା ସହ ବଢୁଛି ଶୀତ, ଆହୁରି ୫ ଡିଗ୍ରି ଖସିବ ପାରଦ

ଭୁବନେଶ୍ୱର: ରାଜ୍ୟରେ କମୁଛି ତାପମାତ୍ରା ବଢୁଛି ଶୀତ । ଆହୁରି ୩ ରୁ ୫ ଡିଗ୍ରୀ ଯାଏଁ ତାପମାତ୍ରା ଖସିବ। ଆସନ୍ତା ୩-୪ ଦିନ ମଧ୍ୟରେ ରାଜ୍ୟରେ ଅନେକ ସ୍ଥାନରେ ପାଗ ଶୁଖିଲା ରହିବା ସହ ରାତିର ତାପମାତ୍ରା ହ୍ରାସ ପାଇବ। ତାପମାତ୍ରା କମିବା ଯୋଗୁଁ ଅନେକ ସ୍ଥାନରେ ପାରଦ ସ୍ୱାଭାବିକଠାରୁ ୩ରୁ ୫ ଡିଗ୍ରୀ ପର୍ଯ୍ୟନ୍ତ କମ୍‍ ରହିବ। ଫଳରେ ରାଜ୍ୟରେ ପ୍ରବଳ ଶୀତ ଅନୁଭୂତ ହେବ। ବିଶେଷ କରି ପାହାଡିଆ ଅଞ୍ଚଳରେ ଅଧିକ ଶୀତ ହେବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ବଙ୍ଗୋପସାଗରରେ ସକ୍ରିୟ ଥିବା ଲଘୁଚାପ ଦୁର୍ବଳ ହେଉଥିବାରୁ ତାପମାତ୍ରା ତଳମୁହାଁ ହୋଇଛି। ସେହିପରି ମେଘମୁକ୍ତ ଆକାଶ ଏବଂ ଥଣ୍ଡା ପବନ ପ୍ରବାହ ପାଇଁ ଶୀତ ବଢ଼ିବ ବୋଲି ପାଣିପାଗ କେନ୍ଦ୍ର କହିଛି। କୋରାପୁଟ, କନ୍ଧମାଳ ସମେତ ସୁନ୍ଦରଗଡରେ ତାପମାତ୍ରା ଏଧିକ କମିବାର ସମ୍ଭାବନା ରହିଛି।

Leave A Reply

Your email address will not be published.