ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

୨ ଦିନ ପରେ ବଢ଼ିବ ଶୀତ

ଭୁବନେଶ୍ୱର: ଆସନ୍ତା ୨ ଯାଏଁ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବନାହିଁ । ତେଣୁ ଏହି ସମୟ ମଧ୍ୟରେ ଥଣ୍ଡା ବଢ଼ିବ ନାହିଁ । ତେବେ ଦୁଇ ଦିନ ପରେ ରାଜ୍ୟର ବିଭିନ୍ନ ସ୍ଥାନରେ ତାପମାତ୍ରା ୨-୩ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ହ୍ରାସ ପାଇବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି । ଗତ ୨୪ ଘଣ୍ଟାରେ ରାଜ୍ୟରେ ପାଗ ମୁଖ୍ୟତଃ ଶୁଖୁଲା ରହିଛି ଏହା ସହିତ ରାଜ୍ୟରେ କିଛି ସ୍ଥାନରେ ତାପମାତ୍ରା ସାମାନ୍ୟ ହ୍ରାସ ହୋଇଛି । ଦାରିଙ୍ଗବାଡ଼ିରେ ରାଜ୍ୟର ସର୍ବନିମ୍ନ ତାପମାତ୍ରା ୧୫୫ ମିମି ରେକର୍ଡ କରାଯାଇଥିବା ବେଳେ ୧୯ ଟି ଜିଲ୍ଲାରେ ତାପମାତ୍ରା ୨୦ ଡିଗ୍ରୀ ତଳେ ରହିଛି। ଅନ୍ୟପଟେ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ଥିବା ଲଘୁଚାପ ଅବପାତରେ ପରିଣତ ହୋଇଛି । ଏହା ଦକ୍ଷିଣ ଆନ୍ଧ୍ରପ୍ରଦେଶ ଏବଂ ଉତ୍ତର ତାମିଲନାଡୁ ଉପକୂଳରେ ସ୍ଥଳଭାଗ ଛୁଇଁବ । ସିଧାସଳଖ ଏହାର ପ୍ରଭାବ ଓଡ଼ିଶା ଉପରେ ନ ଥିବା ବେଳେ କିଛି ଜିଲ୍ଲାରେ ବର୍ଷା ହୋଇପାରେ।

ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ, ୨୦ ତାରିଖରେ ଦକ୍ଷିଣ ଓ ଉତ୍ତର ଓଡ଼ିଶାର କିଛି ଅଞ୍ଚଳରେ ବର୍ଷା ପରିମାଣ ବଢ଼ିପାରେ। ସେହିଦିନ ମାଲକାନଗିରି, କୋରାପୁଟ, ରାୟଗଡ଼ା ଓ ଗଜପତି ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ଏହାକୁ ଦୃଷ୍ଟିରେ ରଖି ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ଆଲର୍ଟ ଜାରି କରାଯାଇଛି।

Leave A Reply

Your email address will not be published.