ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

କାଲିଠୁ ରାଜ୍ୟରେ ବଢ଼ିବ ଶୀତ , ୩ ରୁ ୫ ଡିଗ୍ରୀ ପର୍ଯ୍ୟନ୍ତ କମିବ ତାପମାତ୍ରା

ଭୁବନେଶ୍ୱର : ପ୍ରବଳ ଶୀତ ଲହରୀରେ ଥରିବ ଓଡ଼ିଶା । ମେଘ ମୁକ୍ତ ଆକାଶ ସହ ଓଡ଼ିଶାକୁ ଉତ୍ତର-ପଶ୍ଚିମା ଥଣ୍ଡା ଶୁଷ୍କ ବାୟୁ ପ୍ରବାହ ପାଇଁ କମିବ ପାରା । ଉପାନ୍ତରୁ ଉପକୂଳ ସବୁଠି ସ୍ୱାଭାବିକଠାରୁ ୩ ରୁ ୫ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ହ୍ରାସ ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଏଥିପାଇଁ ୨୮ ରୁ ୨୯ ତାରିଖ ସକାଳ ପର୍ଯ୍ୟନ୍ତ ୬ଟି ଜିଲ୍ଲା ଝାରସୁଗୁଡା, ବରଗଡ, ବଲାଙ୍ଗିର, ସୋନପୁର, ସୁନ୍ଦରଗଡ ଏବଂ କେନ୍ଦୁଝର ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ସେହିଭଳି ୨୯ ତାରିଖରୁ ୩୦ ତାରିଖ ସକାଳ ପର୍ଯ୍ୟନ୍ତ ୧୦ଟି ଜିଲ୍ଲା ଝାରସୁଗୁଡା, ବରଗଡ, ବଲାଙ୍ଗିର, ସୋନପୁର, ସୁନ୍ଦରଗଡ, ସମ୍ବଲପୁର, ଅନୁଗୁଳ, ନୂଆପଡା, ଦେବଗଡ ଏବଂ କେନ୍ଦୁଝର ଜିଲ୍ଲାରେ ତୀବ୍ର ଶୀତ ଲହରୀ ପାଇଁ ୟେଲୋ ଆଲର୍ଟ ଜାରି କରାଯାଇଛି । ୩୧ ତାରିଖରେ ମଧ୍ୟ ୫ଟି ଜିଲ୍ଲାକୁ ସତର୍କତା ଜାରି କରାଯାଇଛି । ରାତ୍ରି ସମୟରେ ବାଇକରେ ଦୂର ଯାତ୍ରାରେ ନଯିବାକୁ ପରାମର୍ଶ ଦିଆଯାଇଛି । ଘନ କୁହୁଡି ଏବଂ ତୀବ୍ର ଶୀତ ଲହରୀ ପାଇଁ ସବୁ ଜିଲ୍ଲାର ଜିଲ୍ଲାପାଳଙ୍କୁ ଚିଠି ଲେଖିଛନ୍ତି ଏସଆରସି । ଦୁର୍ଘଟଣା ରୋକିବାକୁ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରିବା ସହ ଲୋକଙ୍କୁ ସଚେତନ କରିବାକୁ ପୋଲିସ ଏବଂ ପରିବହନ ବିଭାଗକୁ ନିର୍ଦ୍ଦେଶ ଦିଆଯାଇଛି ।

Leave A Reply

Your email address will not be published.