ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

କମିଲା ବର୍ଷା, ପୁଣି ଫେରିଲା ହାଡ ଭଙ୍ଗା ଶୀତ

ଭୁବନେଶ୍ବର : ରାଜ୍ୟରେ ଗତ କିଛି ଦିନର ଅଦିନିଆ ବର୍ଷା ଆଜିଠାରୁ କମିବ । କିନ୍ତୁ ରାଜ୍ୟରେ ଶୀତ ପୁଣି ଆରମ୍ଭ ହୋଇଯିବ । ଆସନ୍ତାକାଲିଠାରୁ ରାଜ୍ୟରେ ଅନେକ ଅଂଚଳରେ ପାଗ ଶୁଖିଲା ରହିବ । ବର୍ଷା କମିବା ପରେ ରାଜ୍ୟରେ ଶୀତ ବଢିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି ବୁଲେଟିନରେ କୁହାଯାଇଛି ଯେ ରାଜ୍ୟରେ ଆସନ୍ତା କିଛି ଦିନ ପ୍ରବଳ ଶୀତ ଅନୁଭୂତ ହେବ । ୩ ଦିନ ପର୍ଯ୍ୟନ୍ତ ଆଭ୍ୟନ୍ତରୀଣ ଓଡିଶାରେ ସର୍ବନିମ୍ନ ତାପମାତ୍ରା ୩ରୁ ୫ ଡିଗ୍ରୀ ପର୍ଯ୍ୟନ୍ତ  ହ୍ରାସ ପାଇବ । ପରବର୍ତ୍ତୀ କିଛି ଦିନରେ ବି ଶୀତପ୍ରବାହ ଜାରି ରହିବ ।

ଅନ୍ୟପଟେ ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଘନ କୁହୁଡି ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି । କୋରାପୁଟ, ରାୟଗଡା, ନବରଙ୍ଗପୁର, ଗଜପତି, କଳାହାଣ୍ଡି, କନ୍ଧମାଳ, ବଲାଙ୍ଗୀର, ବୌଦ୍ଧ, ସୋନପୁର, ଅନୁଗୁଳ, ନୟାଗଡ, ଢେଙ୍କାନାଳ, ଯାଜପୁର, ଭଦ୍ରକ, କେନ୍ଦୁଝର ଆଦି ଜିଲ୍ଲାରେ ଘନ କୁହୁଡି ଲାଗି ରହିବ । ଉକ୍ତ ଜିଲ୍ଲା ଗୁଡିକ ପାଇଁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।ରାତି ଏବଂ ଭୋର ସମୟରେ ଗାଡି ଚାଳନା ଉପରେ ସତର୍କ ରହିବାକୁ ଡ୍ରାଇଭରମାନଙ୍କୁ ପରାମର୍ଶ ଦିଆଯାଇଛି।

Leave A Reply

Your email address will not be published.