ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ରାଜନୈତିକ ଦଳଙ୍କୁ ସୁପ୍ରିମକୋର୍ଟଙ୍କ କଡା ନିର୍ଦ୍ଦେଶ; ପ୍ରାର୍ଥୀ ଚୟନ କରିବାର ୪୮ ଘଣ୍ଟା ଭିତରେ ଆପରାଧିକ ରେକର୍ଡ ପ୍ରକାଶ କର

ନୂଆଦିଲ୍ଲୀ: ରାଜନୀତିର ଅପରାଧୀକରଣ ହ୍ରାସ କରିବା ଦିଗରେ ସୁପ୍ରିମକୋର୍ଟ ଆଜି ଏକ ବଡ଼ ରାୟ ଦେଇଛନ୍ତି । ପ୍ରାର୍ଥୀ ଘୋଷଣା ହେବାର ୪୮ ଘଣ୍ଟା ମଧ୍ୟରେ ସମସ୍ତ ରାଜନୈତିକ ଦଳ ସେମାନଙ୍କ ପ୍ରାର୍ଥୀଙ୍କ ସମ୍ପର୍କିତ ସମସ୍ତ ଅପରାଧୀକ ରେକର୍ଡ ଜଣାଇବାକୁ ପଡ଼ିବ ବୋଲି ସର୍ବୋଚ୍ଚ ଅଦାଲତ କଡା ନିର୍ଦ୍ଦେଶ ଦେଇଛନ୍ତି ।

ସୁପ୍ରିମକୋର୍ଟଙ୍କ ଆଦେଶ ଅନୁସାରେ, ଯଦି କୌଣସି ପ୍ରାର୍ଥୀଙ୍କ ବିରୋଧରେ କୌଣସି ଅପରାଧିକ ମାମଲା ଥିବ ଅଥବା କୌଣସି ମାମଲାରେ ସେ ଅଭିଯୁକ୍ତ ଥିବେ, ତା’ହେଲେ ରାଜନୈତିକ ଦଳ ପ୍ରାର୍ଥୀ ଘୋଷଣାର ୪୮ ଘଣ୍ଟା ମଧ୍ୟରେ ପ୍ରାର୍ଥୀଙ୍କ ବାବଦରେ ସମସ୍ତ ତଥ୍ୟ ଦେବେ । କ୍ଷମତାର ଅପବ୍ୟବହାର ରୋକିବା ପାଇଁ ସର୍ବୋଚ୍ଚ ନ୍ୟାୟାଳୟ କହିଛନ୍ତି ଯେ ହାଇକୋର୍ଟଙ୍କ ଅନୁମତି ବିନା କୌଣସି ରାଜ୍ୟ ସରକାର ନିଜ ବିଧାୟକ ଏବଂ ସାଂସଦ ମାନଙ୍କ ବିରୋଧରେ ମାମଲା ପ୍ରତ୍ୟାହାର କରିପାରିବେ ନାହିଁ ।

ଏହାକୁ ନେଇ ୨୦୨୦ ଫେବ୍ରୁଆରୀ ୧୩ରେ ସୁପ୍ରିମକୋର୍ଟ ଏନେଇ ଦେଇଥିବା ନିଷ୍ପତ୍ତିରେ ସଂଶୋଧନ କରିଛନ୍ତି । ୨୦୨୦ ନିଷ୍ପତ୍ତିର ପାରାଗ୍ରାଫ ୪.୪ରେ ପ୍ରାର୍ଥୀ ଚୟନର ୪୮ ଘଣ୍ଟା ଅଥବା ନାମାଙ୍କନ ଦାଖଲ ପୂର୍ବରୁ ଅତି କମରେ ୨ ସପ୍ତାହ ପୂର୍ବରୁ ଅପରାଧିକ ତଥ୍ୟ ଦେବାକୁ ପଡ଼ିବ ବୋଲି ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଥିଲେ ।

ଏକ ଜନସ୍ୱାର୍ଥ ମାମଲାର ଶୁଣାଣି କରି ସର୍ବୋଚ୍ଚ ନ୍ୟାୟାଳୟ ଉପରୋକ୍ତ ନିର୍ଦ୍ଦେଶ ଦେଇଛନ୍ତି । ଯେଉଁ ଦଳ ନିଜ ପ୍ରାର୍ଥୀଙ୍କ ଆପରାଧିକ ପୃଷ୍ଠଭୂମି ସମ୍ପର୍କରେ ତଥ୍ୟ ପ୍ରକାଶ କରୁନାହିଁ, ସେହି ଦଳ ଗୁଡ଼ିକର ଚିହ୍ନ ରଦ୍ଦ କରିବାକୁ ଆବେଦନରେ ଦାବି କରାଯାଇଥିଲା । ଏଭଳି କ୍ଷେତ୍ରରେ ଦଳ ଗୁଡିକ ବିରୋଧରେ ଅଦାଲତ ଅବମାନନା ପ୍ରକ୍ରିୟା ଆରମ୍ଭ କରାଯିବା ଉଚିତ ବୋଲି ମଧ୍ୟ ଯୁକ୍ତି କରାଯାଇଥିଲା ।

Leave A Reply

Your email address will not be published.