ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ବାତ୍ୟାର ରୂପ ନେଲା ୟଶ: ପାରାଦୀପ ଠାରୁ ୫୪୦ କିମି ଦୂରରେ ରହିଛି ବାତ୍ୟା

ଭୁବନେଶ୍ୱର: ବାତ୍ୟାର ରୂପ ନେଲା ୟଶ । ୨୪ ଘଣ୍ଟା ମଧ୍ୟରେ ଏହା ଅତି ଭୀଷଣ ବାତ୍ୟାରେ ପରିଣତ ହେବ । ବର୍ତ୍ତମାନ ଘଣ୍ଟା ପ୍ରତି ୪ କିଲୋମିଟର ବେଗରେ ଗତି କରୁଛି ବାତ୍ୟା । ୨୬ ତାରିଖ ସନ୍ଧ୍ୟାରେ ବାତ୍ୟା ସ୍ଥଳଭାଗ ଛୁଇଁବ । ପାରାଦୀପ-ସାଗରଦ୍ୱୀପ ମଧ୍ୟରେ କରିବ ଲ୍ୟାଣ୍ଡଫଲ୍ । ଏହାର ପ୍ରଭାବରେ ଆଜି ସନ୍ଧ୍ୟାରୁ ପବନ ବହିବା ଆରମ୍ଭ ହେବ । ଉପକୂଳ ଅଞ୍ଚଳରେ ଘଣ୍ଟାପ୍ରତି ୯୦ରୁ ୧୧୦ କିଲୋମିଟର ବେଗରେ ପବନ ବହିପାରେ । ଆସନ୍ତାକାଲିଠୁ ପବନର ବେଗ ଘଣ୍ଟାପ୍ରତି ୧୪୫ ରୁ ୧୭୦ କିଲୋମିଟରରେ ପହଞ୍ଚିବ । ଲ୍ୟାଣ୍ଡଫଲ୍ ବେଳକୁ ପବନ ବେଗ ବଢି ଘଣ୍ଟା ପ୍ରତି ୧୮୫ କିଲୋମିଟର ହେବ ବୋଲି ଆକଳନ କରାଯାଇଛି । ବାତ୍ୟା ୟଶ ଏବେ ଦକ୍ଷିଣ-ଦକ୍ଷିଣ ପୂର୍ବ ପାରାଦୀପ ଠାରୁ ୫୪୦ କିମି ଦୂରରେ ରହିଛି । ସେହିପରି ଉତ୍ତର-ଉତ୍ତର ପୂର୍ବ ବାଲେଶ୍ୱର ଠାରୁ ୬୫୦, ଦକ୍ଷିଣ- ଦକ୍ଷିଣ ପୂର୍ବ ଦୀଘା ଠାରୁ ୬୩୦ କିଲୋମିଟର ଦୂରରେ ରହିଛି । ବାତ୍ୟା ଦ୍ୱାରା ଉପକୂଳ ଓଡ଼ିଶାର ୮ଟି ଜିଲ୍ଲା ଅଧିକ ପ୍ରଭାବିତ ହେବ। ଏ ନେଇ ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ବର, ଯାଜପୁର, କଟକ, ମୟୂରଭଞ୍ଜ, କେନ୍ଦୁଝର ଜିଲ୍ଲାକୁ ରେଡ୍ଆଲର୍ଟ ଜାରି କରିଛି ଭୁବନେଶ୍ୱର ପାଣିପାଗ କେନ୍ଦ୍ର । ଏସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ।

Leave A Reply

Your email address will not be published.