ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ରାଜ୍ଯରେ ଆଗାମୀ ୩ ଦିନ ଯାଏ ବିଭିନ୍ନ ଜିଲ୍ଲାରେ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ବର: ରାଜ୍ଯରେ ଆଗାମୀ ୩ ଦିନ ପର୍ଯ୍ଯନ୍ତ ବିଭିନ୍ନ ଜିଲ୍ଲାରେ ବର୍ଷା  ଓ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏ ନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ବିଭିନ୍ନ  ଜିଲ୍ଲାଗୁଡ଼ିକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

 

ଏହି ପରିପ୍ରେକ୍ଷୀରେ ୧୩ ତାରିଖ ପାଇଁ  ୧୪ ଜିଲ୍ଲାକୁ  ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଉକ୍ତ ଜିଲ୍ଲାଗୁଡିକ ହେଲା ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ସୁନ୍ଦରଗଡ଼, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ବର, ଯାଜପୁର, ଭଦ୍ରକ, କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ ।

 

୧୪ ତାରିଖ ପାଇଁ  ପ୍ରବଳ ବର୍ଷା ନେଇ ୮ ଜିଲ୍ଲାକୁ  ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଝାରସୁଗୁଡା, ସୁନ୍ଦରଗଡ଼, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର ଓ କେନ୍ଦ୍ରାପଡା ।

 

ସେହିପରି ୧୫ ତାରିଖ ପାଇଁ ମଧ୍ଯ ୮ ଜିଲ୍ଲାକୁ  ୟେଲୋ ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଉକ୍ତ ୮ ଜିଲ୍ଲାଗୁଡିକ ହେଲା ସୁନ୍ଦରଗଡ଼, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର ଓ ଯାଜପୁର ।

Leave A Reply

Your email address will not be published.