ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

୨୪ ଘଣ୍ଟା ମଧ୍ଯରେ ରାଜ୍ଯରେ ପ୍ରବଳ ବର୍ଷା ନେଇ ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ରାଜ୍ଯରେ ଆଗାମୀ ୨୪ ଘଣ୍ଟା ମଧ୍ଯରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏ ନେଇ ୧୫ ଜିଲ୍ଲାକୁ  ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାର କରାଯାଇଛି। ଉକ୍ତ ୧୫ ଜିଲ୍ଲାଗୁଡିକ ହେଲା-  ବରଗଡ଼, ଝାରସୁଗୁଡା, ସୁନ୍ଦରଗଡ଼, ସମ୍ବଳପୁର, ଦେବଗଡ, ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, ବୌଦ୍ଧ, କନ୍ଧମାଳ ଓ ସୋନପୁର। ସେହିପରି ଓଡିଶାର ଅନ୍ୟ ଜିଲ୍ଲାଗୁଡ଼ିକର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ମଧ୍ୟମ ଧରଣର ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ସମସ୍ତ ଜିଲ୍ଲାଗୁଡ଼ିକ ପାଇଁ ୟେଲୋଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

ସେହିପରି ଭୁବନେଶ୍ୱର ଓ କଟକ ଆଖପାଖ ଅଞ୍ଚଳର ଆକାଶ ଆଂଶିକ ମେଘୁଆ ରହିବା ସହ କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ।

Leave A Reply

Your email address will not be published.