ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ରାଜ୍ୟରେ ଆଗାମୀ ୩ ଘଣ୍ଟା ପାଇଁ ବର୍ଷା ଓ ବଜ୍ରପାତ ନେଇ ଟ୍ବିନ ସିଟି ସହ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ବର: ଭୁବନେଶ୍ବର: ରାଜ୍ଯରେ ପଶ୍ଚିମା ଝଡ଼ ପ୍ରଭାବ ଜାରି ରହିଛି। ଅପରାହ୍ନ ସମୟରେ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ପବନ ସହ କୁଆପଥର ବୃଷ୍ଟି ହେଉଛି। ତେବେ ଏହାରି ମଧ୍ୟରେ ଆଗାମୀ ୩ ଘଣ୍ଟା ପାଇଁ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖିର ସମ୍ଭାବନା ରହିଛି। ଏ ନେଇ ଟ୍ବିନ ସିଟି ସମେତ ୧୦ ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ସହ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୧୦  ଜିଲ୍ଲାଗୁଡିକ ହେଲା କେନ୍ଦୁଝର, ମୟରୁଭଞ୍ଜ, ବାଲେଶ୍ବର, ଅନୁଗୁଳ, ଢେଙ୍କାନାଳ , ଯାଜପୁର, ଭଦ୍ରକ, କଟକ, ନୟାଗଡ଼ ଓ କଟକ। ଏହି ଜିଲ୍ଲା ଗୁଡିକୁ ଆଗୁଆ ସତର୍କତା କରାଯଇଛି। ବଜ୍ରପାତରୁ ରକ୍ଷା ପାଇବା ପାଇଁ ଲୋକଙ୍କୁ ଏହି ସମୟରେ ଘରୁ ନ ବାହାରିବା ସହ ବାହାରେଥିବା ଲୋକଙ୍କୁ ନିରାପଦ ସ୍ଥାନକୁ ଯିବାକୁ ପରାମର୍ଶ ଦିଆଯାଇଛି।

Leave A Reply

Your email address will not be published.