ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ରାଜ୍ୟରେ ଆଗାମୀ ୩ ଘଣ୍ଟା ପାଇଁ ବର୍ଷା ଓ ବଜ୍ରପାତ ନେଇ ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ବର: ରାଜ୍ଯରେ ପଶ୍ଚିମା ଝଡ଼ ପ୍ରଭାବ ଜାରି ରହିଛି। ଅପରାହ୍ନ ସମୟରେ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ପବନ ସହ କୁଆପଥର ବୃଷ୍ଟି ହେଉଛି। ତେବେ ଏହାରି ମଧ୍ୟରେ ଆଗାମୀ ୩ ଘଣ୍ଟା ପାଇଁ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖିର ସମ୍ଭାବନା ରହିଛି। ଏ ନେଇ ୨୦ ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ସହ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଉକ୍ତ ଜିଲ୍ଲାଗୁଡିକ ହେଲା ନବରଙ୍ଗପୁର, କଳାହାଣ୍ଡି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, ନବରଙ୍ଗପୁର, କନ୍ଧମାଳ, ବରଗଡ଼, ନୂଆପଡ଼ା, ବଲାଙ୍ଗୀର, ବୌଦ୍ଧ, ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, କେନ୍ଦୁଝର, ମୟୁରଭଞ୍ଜ ଓ ବାଲେଶ୍ବର। ଏହି ଜିଲ୍ଲା ଗୁଡିକୁ ଆଗୁଆ ସତର୍କତା କରାଯଇଛି। ବଜ୍ରପାତରୁ ରକ୍ଷା ପାଇବା ପାଇଁ ଲୋକଙ୍କୁ ଏହି ସମୟରେ ଘରୁ ନ ବାହାରିବା ସହ ବାହାରେଥିବା ଲୋକଙ୍କୁ ନିରାପଦ ସ୍ଥାନକୁ ଯିବାକୁ ପରାମର୍ଶ ଦିଆଯାଇଛି।

Leave A Reply

Your email address will not be published.