ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ରାଜ୍ୟର ୧୪ ଜିଲ୍ଲାକୁ ଝଡ଼ବର୍ଷା ଓ ବଜ୍ରପାତ ନେଇ ୟେଲୋ ଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ବର: ରାଜ୍ୟର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ରହିଛି। ଏହି ସମୟରେ ଝଡ଼ବର୍ଷା ଓ ବଜ୍ରପାତ ହେବାର ବ୍ୟାପକ ସମ୍ଭାବନା ରହିଛି। ଝଡ଼ବର୍ଷା ଓ ବଜ୍ରପାତ ନେଇ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, କଳାହାଣ୍ଡି ,କନ୍ଧମାଳ, ବଲାଙ୍ଗୀର, ନୂଆପଡ଼ା, ଗଜପତି, ଗଞ୍ଜାମ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର ଓ ଭଦ୍ରକକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। କାଳବୈଶାଖୀ ସମୟରେ ବଜ୍ରପାତର ଆଶଙ୍କା ରହୁଥିବାରୁ ଲୋକମାନଙ୍କୁ ଏହି ସମୟରେ ଖୋଲାସ୍ଥାନକୁ ବାହାରିବାକୁ ବାରଣ କରାଯାଇଛି।

Leave A Reply

Your email address will not be published.