ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଜାଡ଼ ଥରାଉ ଥିବାବେଳେ କୁହୁଡି ମାଡ, ଘନ କୁହୁଡ଼ି ପାଇଁ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ବର: ରାଜ୍ୟରେ ଜାରି ରହିଛି ଜାଡ଼ । ଆସନ୍ତା ୪ ଦିନ ପର୍ଯ୍ୟନ୍ତ ଶୀତର ପ୍ରକୋପ ଜାରି ରହିବ । ୨ ଦିନ ମଧ୍ୟରେ ରାଜ୍ୟରେ ସ୍ୱଭାବିକ ଠାରୁ ୨ରୁ ୩ ଡିଗ୍ରୀ କମିବ ପାରଦ । ଉତ୍ତର ଦିଗରୁ ଓଡ଼ିଶାର ସ୍ଥଳଭାଗକୁ ଆସୁଥିବା ଥଣ୍ଡା ଶୁଷ୍କ ବାୟୁ ପ୍ରବାହ ପ୍ରଭାବରେ ରାଜ୍ୟରେ ପୁଣି ଜାଡ଼ ବଢ଼ିବା ଆରମ୍ଭ କରିଛି।

ସେପଟେ ହାଡ ଭଙ୍ଗା ଜାଡ ଥରାଉଥିବା ବେଳେ କୁହୁଡି ବି ମାଡି ଆସିଛି। ଆସନ୍ତା ୩ ଦିନ ପାଇଁ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ଘନ କୁହୁଡ଼ି ହେବାର ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ।ଏନେଇ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାର ଗଜପତି ଏବଂ ଗଞ୍ଜାମ ଜିଲ୍ଲା ଉପରେ ଘନ କୁହୁଡ଼ି ହେବାର ସମ୍ଭାବନା ରହିଛି । ଆଗାମୀ ୨୪ ଘଣ୍ଟାରେ କୋରାପୁଟ, ନବରଙ୍ଗପୁର, ରାୟଗଡା, ଗଜପତି, କଳାହାଣ୍ଡି,ମାଲକାନଗିରି ଏବଂ କନ୍ଧମାଳରେ ଘନ କିହୁଡିର ସମ୍ଭାବନା ଥିବାରୁ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଜାନୁଆରୀ ୫ରୁ ୬ତାରିଖ ମଧ୍ୟରେ ସକାଳୁ କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, କେନ୍ଦୁଝର ଏବଂ ମୟୁରଭଞ୍ଜ ଜିଲ୍ଲାରେ କୁହୁଡ଼ି ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଜାନୁଆରୀ ୬ ରୁ ୭ତାରିଖ ମଧ୍ୟରେ କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, କେନ୍ଦୁଝର ଏବଂ ମୟୁରଭଞ୍ଜ ଜିଲ୍ଲାରେ ଘନ କୁହୁଡ଼ି ଜାରି ରହିବ । ଆସନ୍ତା ଦୁଇ ଦିନ ମଧ୍ୟରେ ରାତିର ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବ ନାହିଁ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି । ପରବର୍ତ୍ତୀ ଦିନମାନଙ୍କରେ ତାପମାତ୍ରା ୩ଡ଼ିଗ୍ରୀରୁ ୪ ଡ଼ିଗ୍ରୀ ସେଲିସିୟସ ବୃଦ୍ଧି ପାଇବ । ଆସନ୍ତା ୫ଦିନ ମଧ୍ୟରେ ଓଡ଼ିଶାର ଅନ୍ୟ ଜିଲ୍ଲାମାନଙ୍କରେ ଶୁଖିଲା ପାଗ ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ କହିଛି ।

Leave A Reply

Your email address will not be published.